ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା! –

ଭୁବନେଶ୍ୱର: ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ଆସନ୍ତାକାଲି ମଧ୍ୟ ୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ।