Jai Odisha
News

ଚାଣକ୍ୟ ନୀତି: ଏହି ଶ୍ରେଣୀର ଲୋକଙ୍କୁ ଆପଣ ବେଶୀ ବିଶ୍ବାସ କରନ୍ତି କି?, ତାହେଲେ ହୋଇଯା’ନ୍ତୁ ସାବଧାନ |

ନୂଆଦିଲ୍ଲୀ: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। ପରବର୍ତ୍ତି ସମୟରେ ଆପଣଙ୍କୁ ଅସୁବିଧାରେ ପକାନ୍ତି।

ସେଥିପାଇଁ ମିଷ୍ଟଭାଷୀ ଲୋକଙ୍କଠାରୁ ସବୁବେଳେ ଦୂରେଇ ରହନ୍ତୁ। କଦାପି ସେମାନଙ୍କୁ ବିଶ୍ବାସକୁ ନିଅନ୍ତୁ ନାହିଁ। ହଁ ଆପଣ ତାଙ୍କ ସହିତ ସଂପର୍କ ରଖିପାରନ୍ତି, ହେଲେ ଗଭୀର ସଂପର୍କ ରଖନ୍ତୁ ନାହିଁ। ଏମାନେ ହେଉଛନ୍ତି ପୂର୍ଣ୍ଣ ବିଷ ମାଠିଆ ଉପରେ ଥିବା କିଛି ଅମୃତ ସଦୃଶ୍ୟ।

Leave A Reply

Your email address will not be published.