Jai Odisha
News

୮୦ ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଉଦଘାଟିତ

ସୁନ୍ଦରଗଡ: ବୁଧବାର ପୂର୍ବାହ୍ନରେ ସୁନ୍ଦରଗଡର ଜିଲ୍ଲା ଷ୍ଟାଡିୟମରେ ୮୦ ତମ ରାଜ୍ୟ ପୁଲିସ ଫୁଟବଲ ପ୍ରତିଯୋଗିତା- ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର) ରାଜେଶ କୁମାର ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ସମସ୍ତ ପ୍ରତିଯୋଗୀ ଓ କ୍ରୀଡା ପରିଚାଳକମାନଙ୍କୁ ଖେଳୁଆଡ ମନୋଭାବ ନେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ରାଜେଶ କୁମାର ଧନ୍ୟବାଦ ଜଣାଇଥିଲେ। ଆଜିର ଏହି ଉଦଘାଟନି ସମାରୋହରେ ଡିଆଇଜି (ପଶ୍ଚିମାଞ୍ଚଳ) ବ୍ରିଜେଶ କୁମାର ରାୟ, ସୁନ୍ଦରଗଡ଼ ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଏସପି ପ୍ରତ୍ୟୁଷ ଦିବାକର,କେନ୍ଦୁଝର ଏସପି କୁଶଲକର ନିତିନ ଦାଗୁଡୁ, ରାଉରକେଲା ଏସପି ନିତେଶ ୱାଧାନୀଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ, ସମସ୍ତ ଟିମର ଅଧିନାୟକ, ଖେଳାଳି ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.